ଭୁବନେଶ୍ବର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୯୮୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୬୭୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୧୩୦୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୦୪୦୮୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।