ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୨୪ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୮୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୭, ବାଲେଶ୍ୱରରୁ ୬, ବରଗଡ଼ରୁ ୮, ବଲାଙ୍ଗିରରୁ ୧୨, କଟକରୁ ୧୯, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୨୩, ପୁରୀରୁ ୫, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୧୨ ଓ ଷ୍ଟେଟ୍ ପୁଲ୍ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୨୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ୧୩୯ ଜଣ କ୍ୱାରେଣ୍ଟିନ୍ରେ ଥିବାବେଳେ ଲୋକାଲ୍ କେସ୍ ୯୫ ଥିଲା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪କୁ ପହଞ୍ଚିଛି।