ମେୟର ଓ ପୌରାଧ୍ୟକ୍ଷଙ୍କ ପୌର ଶାସନ ପ୍ରଣାଳୀ ଶୀର୍ଷକ କର୍ମଶାଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମେୟର ଓ ପୌରାଧ୍ୟକ୍ଷଙ୍କ ପୌର ଶାସନ ପ୍ରଣାଳୀ ଶୀର୍ଷକ କର୍ମଶାଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Spread this article

ନବନିର୍ବାଚିତ ମେୟର ଓ ପୌରାଧକ୍ଷମାନଙ୍କୁ ଲୋକସେବା ଭବନରେ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଦେଲେ ପରାମର୍ଶ | ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କରିବାକୁ କହିଛନ୍ତି | ନବନିର୍ବାଚିତ ମେୟର ଓ ପୌରାଧକ୍ଷମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ ୨ ଦିନିଆ କର୍ମଶାଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଏହି ପରାମର୍ଶ ଦେଇଛନ୍ତି |

ଜାଗା ମିଶନ ବିକାଶମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ | ସେହିପରି ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକମାତ୍ର ରାଜ୍ୟ | ସେହିଭଳି ପରିମଳ ସବୁଠାରୁ ଗୁରୁତ୍ୱ ପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ | ଚଳିତ ପୌର ନିର୍ବାଚନରେ ମହିଳାମାନେ ବହୁ ସଂଖ୍ୟାରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି ମାଥି ଭାତ ନାନ ଓ ପୌର ନିର୍ଦେଶକ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ |

ଏନ ଏନ ଏସ ଓଡ଼ିଆ ରାଜନୀତି ରାଜ୍ୟ ସହର/ମହାନଗର