ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ଜାତୀୟ ସ୍ବାସ୍ଥ୍ୟ ମିଶନ, ଓଡ଼ିଶା ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଶ୍ରୀ ଆର. ଭିନିଲ କ୍ରିଷ୍ଣା ଆଜି ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏହି ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ, ଫୁଟବଲ ଖେଳ ସହ ଆଥଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ ସହିତ ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଛନ୍ତି ହକି ସହିତ ବିଭିନ୍ନ କ୍ରୀଡ଼ାର ବିକାଶ ଲାଗି ସହରରେ ଯେଉଁ ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ କରାଯାଉଛି ତାହା ସ୍ମାର୍ଟ ସିଟି ରାଉରକେଲାକୁ ଆଗାମୀ ଦିନରେ ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ ଭାବେ ପରିଚିତ କରାଇବ ଏହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ,5Tସଚିବ ରାଉରକେଲାରେ କୋଭିଡ ପରିସ୍ଥିତିର ସମୀକ୍ଷା କରିଥିଲେ ଗଣମାଧ୍ୟମକୁ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, “ବର୍ତ୍ତମାନ ରାଉରକେଲାରେ ଜେ ପି ହସ୍ପିଟାଲକୁ ସରକାରୀ କୋଭିଡ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ରଖାଯାଇଛି ସେହିପରି ସୁନ୍ଦରଗଡ଼ରେ ଏନଟିପିସି କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ରହିଛି ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ସବୁ ଦୃଷ୍ଟିରୁ ପ୍ରସ୍ତୁତ ରହିଛି’’, । ସହରାଞ୍ଚଳର ଗରିବ ବସ୍ତି ବାସିନ୍ଦାଙ୍କୁ ବାସୋପଯୋଗୀ ଘର ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ ତେଣୁ ରାଉରକେଲାରେ ଏଥିପାଇଁ ଅତି ସ୍ବଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି ଏହି ଗସ୍ତ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନର ପ୍ରସାର ପାଇଁ ଛେଣ୍ଡଠାରେ ପ୍ରାୟ ୮ ଏକର ଜମିରେ ଚାଲିଥିବା ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମର ନିର୍ମାଣ କାର୍ଯ୍ୟ ମଧ୍ୟ ସଚିବସ୍ତରୀୟ ପ୍ରତିନିଧି ଦଳ ବୁଲି ଦେଖିଥିଲେ ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ
#CMO #5T #CHIEFSECRETARY #VKPANDIAN #RAURKELA #NNSODIA