ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ହାଇକୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରୋକ

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ହାଇକୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରୋକ

Spread this article
ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ-୨୦୨୦ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି । ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ସୁପ୍ରିମ କୋର୍ଟ ପକ୍ଷରୁ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ୩ ମାସ ପାଇଁ ରହିତାଦେଶ ଲଗାଯାଇଛି। ଏହାସହିତ ଓଡ଼ିଶା ସରକାରଙ୍କୁ ୩ ମାସ ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଓଡ଼ିଶା ହାଇକୋର୍ଟଙ୍କ ପକ୍ଷରୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସଂଶୋଧନ ଆଇନକୁ ପୂର୍ବରୁ ସବୁଜ ସଙ୍କେତ ଦିଆଯାଇଥିଲା।
 
ଜେଏନୟୁର ଅବସରପ୍ରାପ୍ତ ପ୍ରଫେସର ଅଜିତ୍ କୁମାର ମହାନ୍ତି ଓ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରଫେସର କୁଞ୍ଜବିହାରୀ ପଣ୍ଡା ରାଜ୍ୟ ସରକାରଙ୍କ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନକୁ ଚ୍ୟାଲେଞ୍ଜ କରି ୨୦୨୦ ନଭେମ୍ବର ୯ ତାରିଖରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଓଡ଼ିଶା ହାଇକୋର୍ଟ ଏହି ଆଇନକୁ ସବୁଜ ସଙ୍କେତ ଦେବା ପରେ ପ୍ରଫେସର ମହାନ୍ତି ଓ ୟୁଜିସି ଉଭୟ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ।
 
ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ୨୦୨୦ ୟୁଜିସି ରେଗୁଲେସନ୍ ଆଇନ ୨୦୧୮କୁ ଉଲଂଘନ କରୁଥିବା ଆବେଦନକାରୀଙ୍କ ପକ୍ଷରୁ ଖଣ୍ଡପୀଠଙ୍କ ନିକଟରେ ଉଲ୍ଲେ୍ଖ କରାଯାଇଥିଲା । ଆବେଦନକାରୀଙ୍କୁ ଶୁଣିବା ପରେ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
 
#Odisha #OdishaUniversities #OdishaUniversityAct #SupremeCourt #highcourtofodisha
ଏନ ଏନ ଏସ ଓଡ଼ିଆ ପ୍ରମୁଖ ଖବର ରାଜ୍ୟ