ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ସନ୍ଧ୍ୟା ୬ଟାରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ଏହା ପରେ କଡ଼ା ସୁରକ୍ଷା ବଳୟରେ ରାଜଭବନ ଯିବେ । ସେଠାରେ ରାତ୍ରି ରେ ରହିବାର କାର୍ଯ୍ୟକ୍ରମ ରହିଛି ।
ଏହା ପରେ ୨୭ ତାରିଖ ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପାରାଦୀପ ଯିବେ । ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଉଦ୍ଘାଟନ କରିବେ । ପାରାଦୀପରୁ ଅପରାହ୍ନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେଠାରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯିବେ ।
ଏ ନେଇ ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ପୋଲିସ ପକ୍ଷରୁ ସୁରକ୍ଷା କଡାକଡି କରାଯାଇଥିଲା । ଏଥିରେ ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଡିସିପି ପ୍ରତୀକ ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ ।